ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିବଳୟ…

ବାସ୍ତବ ବ୍ୟୁରୋ (ଭୁବନେଶ୍ୱର) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ନିମନ୍ତେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସମୁଦ୍ର ପତନ ଠାରୁ ୨.୧ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଜାଣିବାକୁ ମିଳିଛି। ଆଜି (ଗୁରୁବାର) ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଭୁବନେଶ୍ୱର ଠାରେ ଆନ୍ତଃ ରେଳ,ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

Thu Oct 10 , 2019
ଆଜି ଭୁବନେଶ୍ୱର ଠାରେ ପୂର୍ବତଟ ରେଳପଥ ଆନୁକୂଲ୍ୟରେ ଆନ୍ତଃ ରେଳ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଅଛି I ପୂର୍ବତଟ ରେଳପଥର ରେଳବାଇ ସୁରକ୍ଷାବଳ ମହାନିରୀକ୍ଷକ ତଥା ପ୍ରମୁଖ ସୁରକ୍ଷା ଆୟୁକ୍ତ ଶ୍ରୀ ରାଜା ରାମ ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟନ କରିବା ସହିତ ଆୟୋଜିତ ମାର୍ଚ୍ଚଫାଷ୍ଟରେ ଅଭିବାଦନ ଗ୍ରହଣ କରି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ I ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ରେଳବାଇର ରେଳବାଇ ସୁରକ୍ଷାବଳ ହକି ଟିମ ଯଥା […]

You May Like

Pin It on Pinterest