ବାସ୍ତବ ବ୍ୟୁରୋ (ଭୁବନେଶ୍ୱର)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଓ ଲଘୁଚାପ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଏଥିସହ, ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ। ସେହିପରି ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର।
Next Post
ଓଡ଼ିଆ ପୁଅ ଗିରିଶ ମୁର୍ମୁ:ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ
Fri Oct 25 , 2019
ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ): ଓଡ଼ିଆ ପୁଅ ତଥା ୧୯୮୫ ମସିହା ଗୁଜୁରାଟ କ୍ୟାଡରର ଆଇଏଏସ ଅଫିସର ଗିରିଶ ମୁର୍ମୁଙ୍କୁ ଜମ୍ମୁକାଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି | ମୟୁରଭଞ୍ଜର ବେତନଟିରେ ଜନ୍ମଗ୍ରହଣ କରିଥିବା ଗିରିଶ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଜଣେ ବିଶ୍ବସ୍ତ ଅଧିକାରୀ ଭାବେ ଜଣାଶୁଣା | ନରେନ୍ଦ୍ର ମୋଦୀ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଥିବାବେଳେ ଗିରିଶ ଚନ୍ଦ୍ର ମୁର୍ମୁ ତାଙ୍କ ଅଧିନରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିବା ସହ […]

You May Like
-
10 months ago
ଏଥର ପାର୍ବଣରେ:ବାଜା-ବାଣ ଉପରେ କଟକଣା,ଇଲେକ୍ଟ୍ରିକ୍ ଗେଟ୍ ମନା….
-
2 years ago
ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ…


