ବର୍ଷା-ଅନୁଭବ ମାମଲା ଜଲଦି ଶୁଣାଣି ପାଇଁ ଆବେଦନ ଖାରଜ୍…

କଟକ:(ଦୀପକ୍ କୁମାର ବେଉରା) ଦାମ୍ପତ୍ୟ କଳହକୁ ନେଇ ଚର୍ଚ୍ଚାରେ ଥିବା ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ଙ୍କ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଅନୁଭବ ମହାନ୍ତି ହାଇକୋର୍ଟ ରେ ଆବେଦନ କରିଥିଲେ । ମାତ୍ର ହାଇକୋର୍ଟ ଅନୁଭବଙ୍କ ଏହି ଆବେଦନକୁ ଖାରଜ କରିଦେଇଛନ୍ତି । ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇଥିବା ଜଣାପଡ଼ିଛି ।


କେନ୍ଦ୍ରାପଡ଼ା ସାଂସଦ ଅନୁଭବ ଙ୍କ ପତ୍ନୀ ବର୍ଷାଙ୍କ ସହ ହୋଇଥିବା ପାରିବାରିକ ବିବାଦକୁ ନେଇ ସେ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ । ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଆବେଦନ କରିଥିଲେ । ଗତ କିଛି ଦିନ ହେବ ନିୟମିତ ବ୍ୟବଧାନରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବୁଝାମଣା ଚାଲିଥିବାବେଳେ ଉଭୟଙ୍କ ମଧ୍ୟରେ ସମ୍ମତି ହୋଇପାରି ନାହିଁ । ଉଭୟଙ୍କ ଭିତରେ ଆପୋଷ ସମାଧାନ ପାଇଁ ପ୍ରକ୍ରିୟା ଚାଲିଥିବାବେଳେ ତାହା ଫଳପ୍ରଦ ହୋଇପାରି ନଥିଲା ।

ସେହିଭଳି ଅନୁଭବ ଏହାର ତ୍ୱରିତ ଶୁଣାଣି ପାଇଁ ଆବେଦନ କରିଥିଲେ । ଆପୋଷ ବୁଝାମଣା ସମ୍ଭବ ହୋଇପାରୁ ନଥିବା ହୃଦୟଙ୍ଗମ କରି ଏହାର ତ୍ୱରିତ ବିଚାର ପ୍ରକ୍ରିୟାକୁ କୋର୍ଟ ପକ୍ଷରୁ ରଦ୍ଦ କରିଦିଆଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Fri Aug 27 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୮୪ ଜଣ ସୁସ୍ଥ ହୋଇ […]

You May Like

Pin It on Pinterest