ବାସ୍ତବ ବ୍ୟୁରୋ:
ମେଷ: ବେପାରରେ ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୪।
ବୃଷ: ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୯।
ମିଥୁନ: ଆଜି ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଯେତେ ବିରୋଧ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଛି ଓ ରହିବ କିନ୍ତୁ ହଠାତ୍ କୌଣସି ଦୃଢ଼ ପଦକ୍ଷେପ ନେଲେ ଝାମେଲା ଅଧିକ ବଢ଼ି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୧।
କର୍କଟ: ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ସମୟ ମିଳିବ। ଛୋଟ ଛୋଟ କଥାକୁ ନେଇ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୬।
ସି˚ହ: ଜୀବନ ଲାଗି ସଫଳତାର ଦିନଟିଏ। ବିନା ବାଧାବିଘ୍ନରେ ନିତିଦିନିଆ କାମ ସ˚ପନ୍ନ ହେବ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୪।
କନ୍ୟା: ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ। ଯାତ୍ରା ସମୟରେ ପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତି ଅନୁଭବ କରିବେ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଜିନିଷଟି ପାଇ ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୨।
ତୁଳା: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ। ଚାକିରିରେ ବିଶେଷ ସଫଳତା ହାସଲ ହେବ। ସମାଜ ସେବା କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ। ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମଧାନ ହୋଇଯିବ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୩।
ବିଛା: କର୍ମକ୍ଷେତ୍ର କିମ୍ବା ପରିବାରର ବିଭିନ୍ନ ସମସ୍ୟା ମୂଳକ ବିଷୟ ଚିନ୍ତାକରି ମାନସିକ ସୁସ୍ଥତା ରହିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। କଳା,ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ। ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୯।
ଧନୁ: ଆପଣଙ୍କ ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। ବଡ଼ଙ୍କ ସମ୍ମତି ଆପଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। ଆଇନକାନୁନ ମାମଲାର ସମାଧାନ ସହଜ ହୋଇପାରେ। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୧।
ମକର: ଆପଣ ଅଯଥା ମୂଲ୍ୟହୀନ କଥାରେ ତର୍କ ବିତର୍କ କରି ପରିବାରରେ କଳହ ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ସୁବିଧାରେ ହୋଇଯିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ର, ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଶୁଭରଙ୍ଗ: ଗୋଲାପୀ। ଶୁଭସ˚ଖ୍ୟା: ୫।
କୁମ୍ଭ: କାମକୁ ପୂରା କରିବା ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। କଠୋର ପରିଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥ ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ଆର୍ଥିକ ମାମଲାରେ ହଇରାଣ ହୋଇପାରନ୍ତି। ଜରୁରୀ କାମରେ ଯାତ୍ରା କରିବେ। ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ଆଶା ନିରର୍ଥକ ହେବ ନାହିଁ କିନ୍ତୁ ସହଜରେ ପାଇବା କାଠିକର ପାଠ ହୋଇପାରେ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୩।
ମୀନ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ। ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ। ଅବିବାହିତଙ୍କୁ ଜୀବନସାଥୀ ମିଳିପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।