ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା…

ବାସ୍ତବବ୍ୟୁରୋ(ଭୁବନେଶ୍ବର): ୧୩/୧୦-କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି ଯେ, କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଯାଇଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ।

ଧର୍ମେନ୍ଦ୍ର ପ୍ରଧାନ ଆହୁରି ମଧ୍ୟ କହିଛନ୍ତିକି ,ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ । ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ । ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ମୁଁ ଆଶା କରୁଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କଳାହାଣ୍ଡି ମା ମlଣୀକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସମ୍ପନ୍ନ...

Wed Oct 13 , 2021
ଦୀପକ ସାହୁ( କଳାହାଣ୍ଡି) ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମlଣୀକେଶ୍ୱରୀଙ୍କ ଛତର ଯାତ୍ରା ରୀତିନୀତି ଅନୁଯାୟୀ ସମ୍ପନ୍ନ ହୋଇ ଯାଇଛି l ଜେନାଖlଲରୁ ମାଙ୍କ ଛତରକୁ ଛତ୍ର ବାହକ , ଶ୍ରଦ୍ଧlଲୁ ମାନେ କାନ୍ଧରେ ବୋହି ମନ୍ଦିର ଅଭିମୁଖେ ପ୍ରାୟ ତିନି କିଲୋମିଟର ନେଇଥିଲେ l ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା । ବିଗତ ବର୍ଷ ମାନଙ୍କରେ ଛତର ଯାତ୍ରାରେ ହଜାର […]

You May Like

Pin It on Pinterest