
ବାସ୍ତବବ୍ୟୁରୋ (ଭୁବନେଶ୍ୱର):୧୩।୧୨-ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୩୭ ଜଣ ସଂକ୍ରମିତ ରହିଛନ୍ତି ।
ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮୫ଜଣ ଥିବାବେଳେ କଟକ ଜିଲ୍ଲାରୁ ୧୩ଜଣ, ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ,ବରଗଡ଼ ଜିଲ୍ଲାରୁ ଜଣେ,ଦେଓଗଡ଼ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ,କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ସଂକ୍ରମିତ ରହିଛନ୍ତି ।



