ମନୋଜ ମହାନ୍ତି(ଭୁବନେଶ୍ୱର):୨୮/୧୨- ଆସନ୍ତା ଜାନୁୟାରୀ ୩ ତାରିଖରୁ,ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ପ୍ରାୟ ୨୭,୦୦୦ ବିଦ୍ୟାଳୟକୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ସରକାର ।ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ସମାଟିଭ୍-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ୧୦ ଜାନୁୟାରୀ ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନାରେ ଡ୍ରାଇ ରାସନ୍ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ SOP ବିଭାଗ ଦ୍ଵାରା ସୂଚିତ କରାଯିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।