
ବାସ୍ତବବ୍ୟୁରୋ(ଭୁବନେଶ୍ୱର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବରୁ ଗତକାଲି ରିପୋର୍ଟରେ ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪ ଶହରୁ ଅଧିକ ରହିଛି।
୪୨୪ କରୋନା ପଜିଟିଭ୍ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୭ ଜଣ ଅଛନ୍ତି। ସେହିପରି ୨୪୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୧୭୮ଟି ଲୋକାଲ୍ କେସ୍।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୬, କଟକରୁ ୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି।



