ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ କକୋଭିଡ ପରିସ୍ଥିତି ସଂପର୍କରେ କରିଛନ୍ତି ସମୀକ୍ଷା…

ବାସ୍ତବବ୍ୟୁରୋ(ଭୁବନେଶ୍ବର):ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ।ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ବହୁତ କମ୍‌ ଲୋକ ହସ୍‌ପିଟାଲରେ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ।

ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ । ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ ରାପିଡ଼ ରେସ୍‌ପନ୍ସ ଟିମ୍‌ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଚାନ୍ଦବାଲି ବିଧାୟକଙ୍କ କରକମଳରେ ଚାନ୍ଦବାଲି ବ୍ଲକ ପରିସର ସୌନ୍ଦର୍ଯ୍ୟକରଣ ଓ ନୂତନ ତୋରଣର ଉଦ୍ଘାଟନ...

Tue Jan 11 , 2022
ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୧୧/୦୧/୨୦୨୨- ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ପଞ୍ଚାୟତ ସମିତି ପରିସର ସୌନ୍ଦର୍ଯ୍ୟକରଣ ଓ ନୂତନ ଗେଟ ର ଉଦଘାଟନ କଲେ ଚାନ୍ଦବାଲି ବିଧାୟକ ଡ଼ ବ୍ୟୋମକେଶ ରାୟ। ଉଦଘାଟନ ଵେଳେ ଚାନ୍ଦବାଲି ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋତିବିକାଶ ଦାସ,ଚାନ୍ଦବାଲି ବ୍ଲକ ଅଧ୍ୟକ୍ଷା ମାନସୀ ସାହୁ ଏବଂ ଅଧକ୍ଷାଙ୍କ ପ୍ରତି ନିଧି ରଞ୍ଜନ ସାହୁ ସହଯୋଗ କରି ଥିଲେ। ବିଭିନ୍ନ ଶ୍ରେଣୀର ବ୍ଲକ କର୍ମଚାରୀ ମଧ୍ୟ ଉପସ୍ଥିତ […]

You May Like

Pin It on Pinterest