
ନବୀନ ଦାସ(ବରଗଡ଼): ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତରେ ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ ଯୋଗୁ ଏହି ନିର୍ବାଚନକୁ ସ୍ତଗିତ କରାଯାଇଛି । ଆଜି ହୃଦଘାତରେ ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ ହୋଇଛି ।
ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ତାଙ୍କ ମୃତ୍ୟୁ ଯୋଗୁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ବାଲ୍ମିକୀ ପ୍ରଧାନଙ୍କ ବୟସ ୫୨ ବର୍ଷ। ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଉଥିବା ବେଳେ ବାଟରେ ତାଙ୍କର ପରଲୋକ ଘଟିଥିଲା। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତକ ଘୋଷଣା କରିଥିଲେ।
ବରଗଡ ଜିଲ୍ଲା ଗୋବିନ୍ଦପୁର ପଞ୍ଚାୟତରେ ସରପଞ୍ଚ ନିର୍ବାଚନ ସ୍ଥଗିତ । ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ନିର୍ବାଚନ ସ୍ଥଗିତ ହୋଇଛି । ବୁଧବାର ହୃଦଘାତରେ ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମୃତ୍ୟୁ ହୋଇଛି। ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିଲେ । ତାଙ୍କ ମୃତ୍ୟୁ ଯୋଗୁଁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି ।
ସେହିପରି ସୋମବାର ଦିନ ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କେଲେଣ୍ଡା ପାଲି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଫଳରେ ସେଠାରେ ହେବାକୁ ଥିବା ଭୋଟ୍ ଗ୍ରହଣ ବନ୍ଦ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଥିଲା । ସରୋଜ ପୂର୍ବରୁ କ୍ୟାନ୍ସର ରୋଗରେ ପୀଡ଼ିତ ହୋଇଥିଲେ । କିଛି ଦିନ ତଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା କରିବା ପାଇଁ ପରିବାର ପକ୍ଷରୁ କଟକ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।
ଅପରପକ୍ଷରେ କଟକ ଜିଲ୍ଲା ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀଙ୍କ ମୃତ୍ୟୁ ପରେ ସେଠାରେ ସରପଞ୍ଚ ଭୋଟ ବାତିଲ କରାଯାଇଛି ।