ବିଧାନସଭାର ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ…

ଭୁବନେଶ୍ଵର: ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନି। ଏହି ଅବସରରେ ରାଜ୍ୟପାଳ ସିଡିଏସ୍ ବିପିନ ରାୱାତଙ୍କ ସମେତ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହ କରୋନା କାଳରେ ଲଢିଥିବା ଯୋଦ୍ଧାଙ୍କୁ ଧନ୍ୟବାଦ ଅର୍ପଣ ମଧ୍ୟ କରିଛନ୍ତି।

ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି ଯେ,ରାଜ୍ୟରେ ପ୍ରତି ଲୋକକୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣାରେ ଉନ୍ନତ ମାନର ସ୍ଵାସ୍ଥ୍ୟ ସେବା ଦିଆଯାଉଛି। କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଞ୍ଜୁର କରିଛନ୍ତି। କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି। କରୋନା ଟେଷ୍ଟିଂ ପାଇଁ ବ୍ଲକ ସ୍ତରରେ ବ୍ୟବସ୍ଥା କରାଯାଇଛି।

୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶୃତିବଦ୍ଧ ଅଛନ୍ତି। ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏବେ ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇପାରିଛି। କୋଭିଡରେ ଲୋକଙ୍କୁ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି। କର୍ମ ସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି।

ଚାଷୀମାନଙ୍କୁ କାଳିଆ ଯୋଜନାରେ ସହାୟତା ଯୋଗାଇ ଦିଆଯାଇଛି। ୨୦୨୧-୨୨ ବର୍ଷରେ ଡ଼ିସେମ୍ବର ୨୦୨୧ ସୁଦ୍ଧା ୫୭ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ ଚାଷୀ ପରିବାରକୁ ଏହି ସହାୟତା ଯୋଗାଇ ଦିଆଯାଇଛି । ମୋ ସରକାର ସମବାୟ ବ୍ୟାଙ୍କ୍ ଜରିଆରେ କ୍ଷୁଦ୍ର, ନାମମାତ୍ର, ଭୂମହୀନ, ଭାଗଚାଷୀ, ପ୍ରକୃତ ଚାଷୀ ଏବଂ ଗ୍ରାମ୍ୟ ମହିଳାଙ୍କ ୩୩, ୪୧୬ଟି ଯୁଗଦେୟ ଗୋଷ୍ଠୀଙ୍କୁ ୨୧୯ କୋଟି ଟଙ୍କା ଋଣ ଯୋଗାଇ ଦେଇଛନ୍ତି ।

‘କାଳିଆ’ ଯୋଜନାରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ନିମନ୍ତେ ସୁଧହାର ୧ ପ୍ରତିଶତରୁ ‘ଶୂନ’ ପ୍ରତିଶତ କରାଯାଇଛି। ଯାହାଦ୍ୱାରା ୨୦୧୯-୨୦ ବର୍ଷରେ ସେଗୁଡ଼ିକ ସୁଧମୁକ୍ତ ଫସଲ ଋଣରେ ପରିଣତ ହୋଇପାରିଛି । ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୫୦ ହଜାର ଟଙ୍କାରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବର୍ତ୍ତମାନ ମାତ୍ର ୨ ପ୍ରତିଶତ ସୁଧହାରରେ ଯୋଗାଇ ଦିଆଯାଉଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବିଜେଡି ଖାତାରେ ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦ...

Sat Mar 26 , 2022
ବୌଦ୍ଧ ୨୬।୦୩ : ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧ୍ୟକ୍ଷ ପଦ ବିଜେଡି ହାତରେ ।ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ ଭୋଟ ଗଣତି ଶେଷ ହୋଇଥିବାବେଳେ,୧୭ଟି ଆସନ ମଧ୍ୟରୁ ବିଜେପି ଗୋଟିଏ ଆସନରେ ବିଜୟୀ ହୋଇଛି ।ବାକି ୧୬ଟି ଆସନରେ ବିଜେଡି ବିଜୟୀ ହୋଇଛି । ସୂଚନା ଅନୁସାରେ,ବିଜେଡି ଖାତାକୁ ଯାଇଛି ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦ । ବିଜେଡି ମୃତ୍ୟୁଞ୍ଜୟ ମିଶ୍ର ୧୩୪୦ ଖଣ୍ଡ ଭୋଟରେ […]

You May Like

Pin It on Pinterest