
ଭୁବନେଶ୍ବର: ପୂର୍ବତନ ପୁଲିସ୍ ଡିଜି ଅଭୟଙ୍କୁ ନୂଆ ଦାଇତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଅଭୟଙ୍କୁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।
ରାଜ୍ୟ ସରକାରଙ୍କର ସାଧାରଣ ପ୍ରଶାସନ ପକ୍ଷରୁ ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଷ୍ଟାଫ୍ ସିଲେକ୍ସନ ନିୟମ ଅନୁସାରେ ଅଭୟ ଦାୟିତ୍ବ ନେବା ତାରିଖଠାରୁ ଏହି ପଦବିରେ ୫ ବର୍ଷ କିମ୍ବା ତାଙ୍କୁ ୬୨ ବର୍ଷ ବୟସ ହେଲା ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ଦରମା ଓ ଅନ୍ୟାନ୍ୟ ସୁବିଧା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ନିୟମ ଅନୁସାରେ ବ୍ୟବସ୍ଥା କରାଯିବ।