
ନମୋ ଗୁରୁ(ସୁବର୍ଣ୍ଣପୁର):ଓଡିଶା ସରକାରଙ୍କ ପରିବହନ କମିଶନର ଙ୍କ ନିର୍ଦେଶାନୁଯାୟୀ ରାତ୍ରି ରେ ସୁବର୍ଣ୍ଣପୁର ଜିଲ୍ଲାରେ ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର ମିଳିତ ଯାଞ୍ଚ କରାଯାଇଥିଲା l
ଏହି ସ୍ୱତନ୍ତ୍ର ଯାଞ୍ଚ ସମୟରେ ସମୁଦାୟ 20 ଟି ମାମଲା ଚିହ୍ନଟ କରାଯାଇଥିଲା, 5 ଟି ଗାଡି ଚାଳନା ପ୍ରମାଣ ପତ୍ର ସ୍ଥଗିତ ରଖାଯାଇଥିଲା, 20 ଟି ବିଭିନ୍ନ ଗାଡି କୁ ଅଟକ ରଖାଯାଇଥିବା ବେଳେ,17 ଜଣ ଡ୍ରାଇଭର ଙ୍କୁ ଗିରଫ କରାଯାଇଥିବା ଜିଲ୍ଲା ପରିବହନ ଅଧିକାରୀ ରବୀନ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି l

ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଙ୍କ ନିର୍ଦେଶ କ୍ରମେ ଏହି ରାତ୍ରି କାଳୀନ ସ୍ୱତନ୍ତ୍ର ଯାଞ୍ଚ କାର୍ଯ୍ୟକ୍ରମ ଆର ଟି ଓ ଏବଂ ଏସ ଡି ପି ଓ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରେ ପରିବହନ ବିଭାଗ କର୍ମଚାରୀ ଓ ପୋଲିସ ବିଭାଗର ଅଧିକାରୀଙ୍କ ଦ୍ୱାରା ଜିଲ୍ଲାରେ ଏକକାଳୀନ ଜିଲ୍ଲା ସଦର ମହକୁମା ସହ ବିଭିନ୍ନ ବ୍ଲକ ଅଞ୍ଚଳରେ ଅନୁଷ୍ଠିତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l