
ଭୁବନେଶ୍ୱର- ତାତିରୁ ମିଳିବନି ନିସ୍ତାର, ଗ୍ରୀଷ୍ମ ପ୍ରବାହ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି । ଏନେଇ ସୋନପୁର, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।ଏହି ଗ୍ରୀଷ୍ମ ପ୍ରବାହ ସମୟରେ ନବଜାତ, ବୃଦ୍ଧ ଓ ଅସୁସ୍ଥ ଲୋକଙ୍କ ଅଧିକ ଯତ୍ନ ନେବାକୁ ହେବ। ଜରୁରୀ ନଥିଲେ ଦିନ ୧୧ରୁ ୩ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବା ପାଇଁ କୁହାଯାଇଛି ।
ସେହିପରି ଏପ୍ରିଲ ୨୬ରୁ ୨୭ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏପ୍ରିଲ ୨୭ରୁ ୨୮ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୁଳ ଓ ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେତୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏଥିସହିତ ଏପ୍ରିଲ ୨୯ରୁ ୩୦ ତାରିଖ ମଧ୍ୟରେ ବଲାଙ୍ଗୀର, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ ଓ ନୂଆପଡ଼ା ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



