‘ଅସାନି’ର ପ୍ରଭାବରେ ରାଜ୍ୟର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା…

ଭୁବନେଶ୍ୱର : ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାଇ,ସାମୁଦ୍ରିକ ଝଡ଼ ‘ଅସାନି’ର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ୧୧ ତାରିଖ ସକାଳ ସାଢ଼େ ୮ଟା ଯାଏ ଓଡ଼ିଶାର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି କାରଣରୁ ଏସବୁ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଯାଏ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ ତାରିଖ ଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ,ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ହେଲେ ୧୩ ତାରିଖରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟକୁ ପବନର ମଧ୍ୟ ଡର ନାହିଁ। ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ରହିବା ହେତୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବା ବେଳେ ପୁରୀ, ଧାମରା ଓ ପାରାଦୀପ ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆନ୍ଧ୍ରର ବିଶାଖାପାଟନମ୍‌ରେ ବାତ୍ୟା ଲ୍ୟାଣ୍ଡଫଲ କରିବ- ଜେଟିଡବ୍ଳୁସି...

Tue May 10 , 2022
ଭୁବନେଶ୍ୱର, ୧୦/୦୫: ବାତ୍ୟା ଅସାନି ସମୁଦ୍ରରେ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡକୁ ମୁହାଁଇଛି । ହେଲେ ବାତ୍ୟାକୁ ନେଇ ଲାଗି ରହିଛି ଅନେକ ଦ୍ବନ୍ଦ ।ଲ୍ୟାଣ୍ଡଫଲ କରିବ ନାହିଁ ବୋଲି ଆଇଏମ୍‌ଡି କହିଥିବା ବେଳେ ଆନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଜେଟିଡବ୍ଳୁସି କିନ୍ତୁ ଭିନ୍ନ କଥା କହୁଛି । ଆସନ୍ତା ୨୪ଘଣ୍ଟାରେ ବାତ୍ୟା ଅସାନି ଦୁର୍ବଳ ହେବବୋଲି ଆଇଏମ୍‌ଡିର କହିଥିବା ବେଳେ,ଜେଟିଡବ୍ଳୁସିର ଆକଳନ ଅନୁଯାଇ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆନ୍ଧ୍ରର […]

You May Like

Pin It on Pinterest