
ଭୁବନେଶ୍ୱର:ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାଇ, ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସୂଚନା ଅନୁଯାଇ, ଆସନ୍ତା ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୬ଟି ଜିଲ୍ଲାରେ ଅର୍ଥାତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଆଂଚଳିକ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।
ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ମଧ୍ୟ ରହିଛି।