
ବାସ୍ତବ ବ୍ୟୁରୋ–ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାଇ ଏବର୍ଷ ଦଶହରାକୁ ଭିଜାଇବ ବର୍ଷା । ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ, ୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ପ୍ରଭାବରେ ପୂଜା ସମୟରେ ପ୍ରବଳ ବର୍ଷା ହେବ । ୨ ଓ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ଏହି ଭଳି ଭାବେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରାଯାଉଛି।
୨ ତାରିଖରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୩ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଡେଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ୪ରୁ ୬ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
ସେପଟେ ଆଇଏମଡିର ସୂଚନା ମୁତାବକ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ରାଜ୍ୟର କିଛି କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୱାର୍ଣ୍ଣିଂ ଜାରି ହୋଇଛି। ୧ ତାରିଖରୁ ରାଜ୍ୟରେ ବର୍ଷାରେ ବୃଦ୍ଧି ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ଏହି ଭଳି ଭାବେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରାଯାଉଛି। ଆଜି ମଧ୍ୟ ରାଜଧାନୀର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ବି ରହିଛି।



