୨୩ରୁ ପୁଣି ବଢ଼ିବ ଶୀତ

ବାସ୍ତବ ବ୍ୟୁରୋ : ରାଜ୍ୟର ଶୀତ ପ୍ରବାହ ସାମାନ୍ୟ କମିଛି। ଗତକାଲି (ସୋମବାର) ରାତିରେ ରାଜ୍ୟର ପାରଦସ୍ତରରେ ବୃଦ୍ଧି ଦେଖାଯାଇଛି। କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରି ରେକର୍ଡ ହୋଇଥିଲା। ଗତ ରାତି‌ରେ ଏହା ଓଡ଼ିଶାର ଥଣ୍ଡା ସହର ପାଲଟିଥିଲା। ଏହା ପଛକୁ ଫୁଲବାଣୀରେ ୧୨.୨ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିବା ଅନୁଯାୟୀ, ଗତକାଲି(ସୋମବାର) କଟକର ରାତି ତାପମାତ୍ରା ୧୯.୫ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ରାତି ତାପମାତ୍ରା ୧୯.୯ ଡିଗ୍ରି ରହିଥିଲା । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ଦେଖାଯିବ ନାହିଁ। ପରବର୍ତ୍ତୀ ୨ ଦିନରେ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିବ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଗୁରୁବାର ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ, ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ପ୍ରସଙ୍ଗକୁ ନେଇ କମ୍ପିବ ଗୃହ,ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ସଜବାଜ...

Wed Nov 23 , 2022
ପ୍ରମୋଦ ନାୟକ(ଭୁବନେଶ୍ୱର): ନଭେମ୍ବର ୨୪ ଅର୍ଥାତ ଗୁରୁବାର ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧  ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।  ବିଧାନସଭା ଆରମ୍ଭ ରୁ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ପ୍ରସଙ୍ଗକୁ […]

You May Like

Pin It on Pinterest