ବାସ୍ତବ ବ୍ୟୁରୋ: ସ୍ବାସ୍ଥ୍ୟ ସେବାର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସୂଚନାନୁଯାୟୀ, କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ.; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବ୍ରହ୍ମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।
ଓଡ଼ିଶାର ଗାଁ ଗହଳିରେ ବଡ ମେଡ଼ିକାଲ୍ ଭାବେ ଜଣାଶୁଣା କଟକର ଶ୍ରୀରାମ ଚନ୍ଦ୍ର ଭଂଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର।
ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି। ତେବେ ବିଭାଗୀୟ କାର୍ଯାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି, ରାଜ୍ୟ ସରକାର ନିର୍ଦ୍ଧାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ।



