ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୨ଟି ପ୍ରସ୍ତାବରେ କ୍ୟାବିନେଟ୍ ମୋହର ଲାଗିଛି।
ସୂଚନାନୁଯାୟୀ,ଆଜି (ଶନିବାର) ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ ବୈଠକ । ଏହି ବୈଠକରେ ସବୁ ବିଭାଗୀୟ ମନ୍ତ୍ରୀ ଓ ସଚିବ ଉପସ୍ଥିତ ଥିଲେ ।
କ୍ୟବିନେଟରେ ନିଆଯାଇଥିବା ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରେ ରହିଛି ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ୍ ବୃଦ୍ଧି । ଫଳରେ ରାଜ୍ୟର ୧୫,୭୭୧ ଶିକ୍ଷକ, କର୍ମଚାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୨ ଶହ ୯୦ କୋଟି ଟଙ୍କା ବ୍ୟୟ କରିବେ। ଏହା ପିଛିଲା ଭାବେ ୨୦୨୨ ଜାନୁଆରି ୧ ତାରିଖରୁ ଏହା ଲାଗୁ ହେବ। ସେହିପରି ବିଏସ୍ଏସ୍ସିସିଆର୍ଆଇର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ କରାଯିବା ନିଷ୍ପତ୍ତି ହୋଇଛି।
କ୍ୟାବିନେଟରେ ଅନ୍ୟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯାଇଛି:
– ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ।
– ଓଏସ୍ଜେଏସ୍ ଓ ଓଜେଏସ୍ ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ।
– ଓବିସି କମିସନ ଆଇନରେ ହେବ ସଂଶୋଧନ।
– ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।
– ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି।
– ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ ଅନୁମୋଦନ ମିଳିଛି।
– ଜିଏସ୍ଟି, ବାଣିଜ୍ୟ କର ଡାଟା ଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି।
ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ।ନୟାଗଡ଼ ଜିଲ୍ଲାର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ। ସେହିପରି ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ ।



