ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ବାସ୍ତବ ବ୍ୟୁରୋ: ଆଜି ୨ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ। ରାଷ୍ଟ୍ରପତି ଦିନ ପ୍ରାୟ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ମଧ୍ୟାହ୍ନ ଗୋଟାଏ ୫ ମିନିଟରେ ସେ ରାଜଭବନରେ ଭୋଜନ କରିବେ। ଅପରାହ୍ନରେ ରମାଦେବୀ ମହିଳା ବିଶ୍ୱବଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଶନିବାର ସକାଳେ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପରେ କଟକର ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ସେଣ୍ଟର ଇନଷ୍ଟିଚ୍ୟୁଟ୍‌ରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ଇଣ୍ଡିଆ ରାଇସ୍ କଂଗ୍ରେସକୁ ଉଦଘାଟନ କରିବେ। ସେଠାରୁ ସିଧା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଫେରିଯିବେ। ଏହି ଦୁଇଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ।

ରାଷ୍ଟ୍ରପତିଙ୍କ ଲିଙ୍ଗରାଜ ଦର୍ଶନ ସମୟରେ ଅଧଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ରୁଟ ଲାଇନିଂ, ନାଇଟ ଗାର୍ଡ, ଚପର ଗାର୍ଡ ଓ଼ ରୁଫ ଟଫରେ ସୁରକ୍ଷା କର୍ମୀ ମୁତୟନ ରହିବେ। ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ଏଣ୍ଟ୍ରି ଓ଼ ଏକ୍‌ଜିଟ୍ ପଏଣ୍ଟ ସିସିଟିଭି ସର୍ଭେଲାନ୍ସରେ ରହିବ। ସେହିପରି ରାଷ୍ଟ୍ରପତିଙ୍କ କାରକେଡ଼ ଇନଚାର୍ଜ ଜଣେ ଏସପି ରାଙ୍କ ଅଫିସର ରହିବେ ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ମୋଟ ୬୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ରାଜଧାନୀରେ ୪୦ ପ୍ଲାଟୁନ୍ ଫୋର୍ସ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି। ବ୍ଲୁ ବୁକ୍ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୪ ଜଣ ଅତିରିକ୍ତ ଡିସିପି, ୩୫ ଜଣ ଏସିପି ଓ ୪୭ ଜଣ ଇନସପେକ୍ଟର ନିୟୋଜିତ ହୋଇଛନ୍ତି।୧୮୮ ଏସଆଇ ଏବଂ ଏଏସଆଇ ରାଙ୍କ ଅଫିସର ସହ ୫୦ ହୋମଗାର୍ଡ ରହିବେ।

ସେପଟେ ଭୁବନେଶ୍ବରରେ ହେବାକୁ ଥିବା ଦୁଇଟି କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବାରଣ କରାଯାଇଛି।  ନିର୍ଦ୍ଦିଷ୍ଟ ଭାବେ କେଉଁ କାରଣ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କୁ କାର୍ଯ୍ୟକ୍ରମସ୍ଥଳକୁ ମନା କରାଯାଉଛି, ତାହାର ଉତ୍ତର କାହା ପାଖରେ ନାହିଁ। ଉପରୁ ନିର୍ଦ୍ଦେଶ ଆସିଛି ଯାହା କୁହାଯାଉଛି, ସେହି ‘ଉପର’ କିଏ ତାହା ଏବେ ଚର୍ଚ୍ଚାର ବିଷୟ। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସାମ୍ବାଦିକଙ୍କୁ ଅନୁମତି ନ ଦେବାକୁ ଗତ ୬ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି। ଏନେଇ ବଢ଼ିଛି ଅସନ୍ତୋଷ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ହିମାଚଳ ପ୍ରଦେଶରେ ପ୍ରବଳ ତୁଷାରପାତ ହେତୁ ୧୭୬ଟି ରାସ୍ତା ବନ୍ଦ; ଜାମ୍ମୁ କାଶ୍ମୀରରେ ବର୍ଷା ଓ ଭୂସ୍ଖଳନ....

Fri Feb 10 , 2023
ବାସ୍ତବ ବ୍ୟୁରୋ: ହିମାଚଳ ପ୍ରଦେଶର ଅନେକ ଅଞ୍ଚଳରେ କ୍ରମାଗତ ତୁଷାରପାତ ହେଉଛି। ଏହି କାରଣରୁ ଚାରୋଟି ଜାତୀୟ ରାଜପଥ ସମେତ ୧୭୬ ଟି ରାସ୍ତାରେ ଯାତାୟାତ ବନ୍ଦ ହୋଇଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୦ ବିଦ୍ୟୁତ୍ ଏବଂ ୧୦ ଟି ଜଳ ଯୋଗାଣ କାରଖାନା ଅଟକି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାହାଡ ଏବଂ ସମତଳର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ଏବଂ ବଜ୍ରପାତ ପାଇଁ […]

You May Like

Pin It on Pinterest