
ବାସ୍ତବ ବ୍ୟୁରୋ-ଏପ୍ରିଲ୍ ୧୬ ତାରିଖ ସକାଳ ୧୨:୩୦ଟା ସୁଦ୍ଧା ସମଗ୍ର ଦେଶରେ ୧୨,୪୫୬ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୪୨୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
