ଫେରୁଛି କୋରୋନା: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାନୁଯାୟୀ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ରୁ ଯଥେଷ୍ଟ ଅଧିକ ।

ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ରବିବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୯୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୪,୧୪୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୩୧କୁ ବୃଦ୍ଧି ପାଇଛି। ଆଜି ମହାରାଷ୍ଟ୍ର ଓ ଗୁଜରାଟରୁ ୨ଟି ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୩ଟି ମୃତ୍ୟୁ ସାମିଲ କରିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୧.୧.୫% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୨୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୩,୮୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୩୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୫୨,୨୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଠିକା ବିଦ୍ଯୂତ୍ କର୍ମଚାରୀଙ୍କ କମ୍ପାନୀର ମନୋମୁଖୀ ଶାସନ ବିରୁଦ୍ଧରେ କଳାବ୍ୟାଚ ପରିଧାନ....

Sun Mar 26 , 2023
ସଂଜୟ ଶତପଥୀ(କଟକ): ସମଗ୍ର ଓଡ଼ିଶାରେ‌ ବିଦ୍ଯୂତ୍ ଶକ୍ତି ଯୋଗାଉଥିବା ତଥା ଏକ ଘରୋଇ କମ୍ପାନୀ ଟାଟା ପାୱାର କମ୍ପାନୀର ମନୋମୁଖୀ ଶାସନ ବିରୁଦ୍ଧରେ କମ୍ପାନୀ ଅଧୀନରେ କାର୍ଯ୍ୟରତ ସମସ୍ତ ଠିକା କର୍ମଚାରୀମାନେ କଳାବ୍ୟାଚ ପରିଧାନ କରି ପ୍ରତିବାଦର ସ୍ବର ଉତ୍ତୋଳନ କରିବା ସହ ଆଗାମୀ ଦିନରେ ଏହି ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଠିକା କର୍ମଚାରୀସଂଘର କର୍ମକର୍ତ୍ତା ମତବ୍ୟକ୍ତ କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, ଟାଟା ପାୱାର […]

You May Like

Pin It on Pinterest