ପଶ୍ଚିମା ଝଡ଼ ପ୍ରତି ସତର୍କ ରହିବାକୁ ପରାମର୍ଶ; ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…

ବାସ୍ତବ ବ୍ୟୁରୋ: କାଳବୈଶାଖୀର ପ୍ରଭାବରେ ଏବେ ସାରା ରାଜ୍ୟରେ କୋହଲା ପାଗ । ଓଡ଼ିଶା ଉପରେ ଏକ ଗୁରୁଚାପ ବଳୟ ରହିଛି। ଏହା ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ସକାଳ ୯ଟା ସୁଦ୍ଧା କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ଝଡ଼-ପବନ ହୋଇପାରେ। ତେଣୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ଉପରେ ମଧ୍ୟ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ତେବେ ଜନସାଧାରଣ ସ୍ଥାନୀୟ ପାଣିପାଗ ଉପରେ ନଜର ରଖିବା ବିଜୁଳି ଘଡ଼ଘଡ଼ି ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଆକଳନ ଅନୁଯାୟୀ ସୋମବାର ସକାଳଠାରୁ ମଙ୍ଗଳବାର ସକାଳ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ଏବଂ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ଝଡ଼ ପବନ ହୋଇପାରେ। କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଏବଂ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏପ୍ରିଲ ୨୫, ୨୬ ଓ ୨୭ ତାରିଖରେ ମଧ୍ୟ କାଳବୈଶାଖୀ ପ୍ରଭାବ ଲାଗିରହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

ସେୟାର କରନ୍ତୁ

Next Post

ପ୍ରଶ୍ନପତ୍ରରେ ତ୍ରୁଟି ପାଇଁ ବାତିଲ ହେଲା ଆକାଉଣ୍ଟାଣ୍ଟ ପରୀକ୍ଷା

Mon Apr 24 , 2023
ବାସ୍ତବ ବ୍ୟୁରୋ: ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପାଇଁ ବାତିଲ ହେଲା ଆକାଉଣ୍ଟାଣ୍ଟ ପରୀକ୍ଷା । ସୂଚନାନୁଯାୟୀ, ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ (ଓଏସ୍‌ଏସ୍‌ସି) ଦ୍ବାରା ଗତକାଲି ଅର୍ଥାତ ୨୩ ଏପ୍ରିଲ ରେ ହୋଇଥିବା ଆକାଉଣ୍ଟାଣ୍ଟ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ଓଡ଼ିଆ ଲେଖାଥିବା ପ୍ରଶ୍ନପତ୍ର ଆସିଥିଲା । ଏଥିରେ ଓଡ଼ିଆ ଭାଷା ଅତ୍ୟନ୍ତ ବିକୃତ ହୋଇ ଛପାଯାଇଥିଲା। ଆଉ ଏହାକୁ ନେଇ ପରୀକ୍ଷାର୍ଥୀ ଚିନ୍ତାରେ ପଡିଯାଇଥିଲେ । ପ୍ରଶ୍ନପତ୍ରରେ ଲେଖାଯାଇଥିବା ପ୍ରଶ୍ନଗୁଡ଼ିକର ଭାଷା ଓଡ଼ିଆ […]

You May Like

Pin It on Pinterest