ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ଶେଷ ସପ୍ତାହ ସୁଦ୍ଧା ବାହାରିବ + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ବାସ୍ତବ ବ୍ୟୁରୋ:ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବାର ସମ୍ଭାବନା ଥିବା କଥା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି।

ଖାତା ଦେଖା ସରିଯାଇ ଆନୁସଙ୍ଗିକ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଥବା ହେତୁ ଏପରି କୁହାଯାଉଛି।

ପୂର୍ବରୁ ବୋର୍ଡ ସଭାପତି ରାମାଶିଷ ହାଜରା ମଧ୍ୟ ଅନୁରୂପ  ସୂଚନା ଦେଇ କହିଥିଲେ ଯେ ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ,। ଏନେଇ ସେ କହିଥିଲେ, ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି। ଆଜି ମାଟ୍ରିକ ଖାତା ଦେଖା ସରିଛି। ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି।ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି।

ଏପଟେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଖାତା ମୂଲ୍ୟାୟନ ଶେଷ ହୋ‌ଇଛି। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍‌ଲାଇନ୍‌ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍‌ଲାଇନ୍‌ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍‌ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା।

ସେୟାର କରନ୍ତୁ

Next Post

ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୫୦୦ ତଳେ...

Sun May 7 , 2023
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୫୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

You May Like

Pin It on Pinterest