
ବାସ୍ତବ ବ୍ୟୁରୋ : ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, “ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କରିପାରନ୍ତି। ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ଓଡ଼ିଶାର ବିକାଶ ଦିଗରେ ଏକ ମାଇଲଖୁଣ୍ଟ। ଏନେଇ କୌଣସି ତାରିଖ ସ୍ଥିରୀକୃତ ହୋଇନାହିଁ। ତେବେ ରଥଯାତ୍ରା ପୂର୍ବରୁ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ ହେବ।”
ସୂଚନାଯୋଗ୍ୟ, ଗତ ମାସ ୨୮ ତାରିଖରେ ପ୍ରଥମ ଥର ଲାଗି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଥିଲା। ହାୱଡ଼ା- ପୁରୀ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହୋଇଥିଲା। ସକାଳ ୬ଟା ୧୦ରେ ହାୱଡ଼ାରୁ ଏହି ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଥିଲା। ଏହା ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବା ପୁରୀରେ ପହଞ୍ଚିଥିଲା ଏହି ଅତ୍ୟାଧୁନିକ ଟ୍ରେନ୍।