ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୦୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୯୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୬୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୬,୫୯୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୩୬କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୨୫,୨୫୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୬୧୩କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

ସେୟାର କରନ୍ତୁ

Next Post

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋଚା’

Thu May 11 , 2023
ବାସ୍ତବ ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋଚା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା ପରବର୍ତ୍ତି ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ। […]

You May Like

Pin It on Pinterest