ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ

ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ।

କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ। ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଧିଷ୍ଟ। ଓଡ଼ିଶା ଗସ୍ତ ସାରି ୧୫ ତାରିଖରେ ମୋହନ ଭାଗବତ ଫେରିଯିବେ ବୋଲି ସୂଚନା ମିଳିଛି।

ସେୟାର କରନ୍ତୁ

Next Post

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

Fri May 12 , 2023
ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି।  ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ […]

You May Like

Breaking News

Pin It on Pinterest