ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୩୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୦,୬୭୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୭୦କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୩୩,୩୮୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୫୫କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୩%।

ସେୟାର କରନ୍ତୁ

Next Post

ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ

Sun May 14 , 2023
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ। କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକଜାମିନେସନ ( ସିଆଇଏସସିଇ) ପକ୍ଷରୁ ୨୦୨୩ର ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ବର୍ତ୍ତମାନ ସିଆଇଏସସିଇର ଅଫିସିଆଲ୍ ୱେବସାଇଟ୍ cisce.org ଏବଂ results.cisce.org. କୁ ଯାଇ ସେମାନଙ୍କର ବୋର୍ଡ ପରୀକ୍ଷା ଫଳାଫଳ ଯାଞ୍ଚ କରିପାରିବେ। ଛାତ୍ରଛାତ୍ରୀମାନେ ଫଳାଫଳର ଡିଜିଟାଲ୍ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଏବଂ […]

You May Like

Pin It on Pinterest