
ବାସ୍ତବ ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି ନବନିର୍ବାଚିତା ଦୀପାଳି ଦାସ । ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି। ଏହି ଅବସରରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ରୀତା ସାହୁଙ୍କ ସହିତ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ।
ବିଧାୟିକା ଭାବେ ଶପଥ ନେବାପରେ ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ମୋ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବି।
ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ଶନିବାର ତାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଥିଲେ। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ତେଣେ ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦୀପାଳି ଦାସ ଭେଟିଥିଲେ। ଦୀପାଳି ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେବା ସହ ବାପା ଛାଡ଼ିଯାଇଥିବା ଅଧୁରା କାମକୁ ପୂରଣ କରିବେ କହିଥିଲେ।



