ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ…

ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ପୂର୍ବାହ୍ନ ୧୧ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ର ବିଜ୍ଞାନରେ ପାସ୍ ହାର ରହିଛି  ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାଯାଇଛି। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ । ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।

ଏଣେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଓ ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।

ତେବେ ଏଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀମାନଙ୍କ ପାସ ହାର ଅଧିକ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସହାର ରହିଛି ୮୪.୨୮ ପ୍ରତିଶତ । ୩୯ହଜାର ୫୭୩ ଏଥର ବିଜ୍ଞାନରେ ପାସ୍ ହାର ରହିଛି  ପ୍ରତିଶତ ଓ ବାଣିଜ୍ୟ ପାସ୍ ହାର ପ୍ରତିଶତ ହୋଇଥିବା ଜଣାଯାଇଛି।

ଏଣେ ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି। ନୟାଗଡ଼ରେ ସର୍ବାଧିକ ପାସ ହାର ୯୬.୪୧ ପ୍ରତିଶତ । ଗଜପତିରେ ସର୍ବନିମ୍ନ ପାସ ହାର ୬୧.୫୫ ପ୍ରତିଶତ ରହିଛି । ୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧୪ହଜାର ୮୫୨ ଜଣ ।

ସେହିପରି ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାପଡିଛି । ତେବେ ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୭୯.୫୨% ରହିଛି । ସେହିଭଳି ବାଣିଜ୍ୟରେ ଛାତ୍ରୀଙ୍କ ପାସ୍ ହାର ୮୩.୮୭% ରହିଛି । ନୟାଗଡରେ ସର୍ବାଧିକ ପାସ୍ ହାର ୯୩.୦୯% ଥିବା ବେଳେ ବୌଦ୍ଧରେ ସର୍ବନିମ୍ନ ପାସ୍ ହାର ୫୫.୫୫% ରହିଛି । ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ, ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୋଟ ୧୯,୫୩୬ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।

କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ଚଳିତବର୍ଷ ୪ଟି ଯାକ ବିଭାଗରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୬ ହଜାର ୪୪୯ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। କଳା ବିଭାଗରେ ୨ଲକ୍ଷ ୩୨ ହଜାର ୬୪୪, ବିଜ୍ଞାନରେ ୯୩ହଜାର ୭୩୦, ବାଣିଜ୍ୟରେ ୨୪ହଜାର ୨୪୬ ଓ ଧନ୍ଦାମୂଳକ ବିଭାଗରେ ୫୮୨୯ଜଣ ରହିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୫୫୦୦ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।

ସେୟାର କରନ୍ତୁ

Next Post

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା...

Wed May 31 , 2023
ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି […]

You May Like

Pin It on Pinterest