
ବାସ୍ତବ ବ୍ୟୁରୋ-ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

ଅନ୍ୟ ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ହେବା ନେଇ ମଧ୍ୟ ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼ । ଏହାସହ ରାଜ୍ୟରେ ୨୪ରୁ ୨୬ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି ।
ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଘଡ଼ଘଡ଼ି, ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ ଲୋଡ୍ କରନ୍ତୁ bastabtvApp