ରାଜ୍ୟରେ ଲାଗି ରହିବ ବର୍ଷ: ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡ଼ାରୁ ୧୬୦, ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି  ବର୍ଷା।

ଅନ୍ୟପକ୍ଷରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-  ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର। ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 

କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସେୟାର କରନ୍ତୁ

Next Post

ଲୋକମାନ୍ୟ ତିଲକ ପୁରସ୍କାରରେ ସମ୍ମାନିତ ହେଲେ ମୋଦୀ

Tue Aug 1 , 2023
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ପୁରସ୍କାରର ୪୧ତମ ଗ୍ରହଣକାରୀ ହୋଇଛନ୍ତି । ଏହା ପ୍ରତିବର୍ଷ ଅଗଷ୍ଟ ୧ – ଲୋକମାନ୍ୟ ତିଲକଙ୍କ ମୃତ୍ୟୁ ବାର୍ଷିକୀରେ ପ୍ରଦାନ କରାଯାଏ । ଜାତିର ପ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ ଭାବରେ କାର୍ଯ୍ୟ କରିଥିବା ଏବଂ ଅବଦାନ ରଖିଥିବା ଲୋକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ […]

You May Like

Pin It on Pinterest