ଶ୍ରମିକ ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ ବର୍ଗ ସାମିଲ : ଦୁର୍ଘଟଣାରେ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କାକୁ ବୃଦ୍ଧି

ବାସ୍ତବ ବ୍ୟୁରୋ: ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି ।

ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ Dry Cleaner କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) Tool Maker, Dye Maker, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬)  ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ୍‌ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) Snacks  ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ୍‌ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର/Bedside Attendant, (୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଇରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରୀ ବଏ, (୫୦) କୃଷି ଶ୍ରମିକ (Cultivator) ।

ସେୟାର କରନ୍ତୁ

Next Post

ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା:ମୁଣ୍ଡଳୀରେ ବଢ଼ୁଛି ଜଳସ୍ତର, ଚାଲିଛି ପିକ୍‌ ଫ୍ଲୋ

Thu Aug 3 , 2023
ବାସ୍ତବ ବ୍ୟୁରୋ: ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା । କଟକର ମୁଣ୍ଡଳିଠାରେ ବଢ଼ୁଛି ଜଳସ୍ତର, ପ୍ରବାହିତ ହେଉଛି ୯ଲକ୍ଷ ୨୦ ହଜାର କ୍ୟୁସେକ୍ ବନ୍ୟା ଜଳ । ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ବଡ଼ମୂଳରେ ୮ଲକ୍ଷ ୬୫ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ହୀରାକୁଦରେ ମଧ୍ୟ ଜଳ ପ୍ରବେଶ ମାତ୍ରା ବଢ଼ିଛି । ୨ଲକ୍ଷ ୬ହଜାର ୪୭୮କ୍ୟୁସେକ ଜଳ ପ୍ରବେଶ କରୁଛି […]

You May Like

Pin It on Pinterest