ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି; ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ବାସ୍ତବ ବ୍ୟୁରୋ: ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ, ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା। ଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଥିଲା।

ବହୁ ବାଦ ବିବାଦ ପରେ ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏକ ମାସ ପରେ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି କରାଯିବ। ୨୦୧୮ ମସିହାରେ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ପରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ସଂପନ୍ନ ହୋଇ ଆସୁଛି।

ସେୟାର କରନ୍ତୁ

Next Post

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର...

Tue Aug 8 , 2023
ବାସ୍ତବ ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ୨୦୨୨ ଜୁନ୍ ୧୦ରୁ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୧ ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। […]

You May Like

Pin It on Pinterest