୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସେୟାର କରନ୍ତୁ

Next Post

ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ‌ ସଂସଦ ପକ୍ଷରୁ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ....

Tue Aug 22 , 2023
ସଂଜୟ ଶତପଥୀ(କଟକ):କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଆରମ୍ଭ ହୋଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ‌ ସଂସଦ ପକ୍ଷରୁ ଷଟତ୍ରୀ‍ଂଶ୍ ତମ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ମୂଖ୍ୟ ଶ୍ରୀ ମାନସ ଦାସ (ରାମାୟଣୀ) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସପ୍ତଦୀବସ ରେ ଓଡ଼ିଶା ର ବହୁ ବିଶିଷ୍ଟ ତଥା ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦେଇ ପ୍ରଭୁ ଶ୍ରୀ ରାମ […]

You May Like

Pin It on Pinterest