ଶୁକ୍ରବାର ପ୍ରବଳ ବର୍ଷିବ

ବାସ୍ତବ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ୮ ତାରିଖରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆଜି ମଧ୍ୟାହ୍ନରେ ରାଜଧାନୀ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଚାହୁଁଚାହୁଁ ପ୍ରବଳ ବର୍ଷି ଥିଲା। ଯାହାଫଳରେ ରାଜଧାନୀରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସେୟାର କରନ୍ତୁ

Next Post

ପଶ୍ଚିମବଙ୍ଗ ବିଧାୟକଙ୍କ ଦରମା ବୃଦ୍ଧି ନେଇ ମମତାଙ୍କ ଘୋଷଣା

Thu Sep 7 , 2023
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ଏବେ ପଶ୍ଚିମବଙ୍ଗର ବିଧାୟକମାନେ ୪୦ ହଜାର ଟଙ୍କା ମାସିକ ଅଧିକ ଦରମା ପାଇବେ । ହେଲେ ନିଜ ଦରମାର କୌଣସି ବୃଦ୍ଧି ହୋଇନଥିବା କଥା କହିଛନ୍ତି ମମତା ବାନାର୍ଜୀ । କାରଣ ଦୀର୍ଘବର୍ଷ ହେବ ମମତା ବାନାର୍ଜୀ ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ପଦରେ ଥିଲେ […]

You May Like

Pin It on Pinterest