ନୂଆ ବାଚସ୍ପତି ହେବେ ଶ୍ରୀମତୀ ପ୍ରମିଳା ମଲ୍ଲିକ

ବାସ୍ତବ ବ୍ୟୁରୋ: ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଶାସକ ବିଜେଡି ନିଜର ବିଧାନସଭା ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି । ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ ଆସନ୍ତାକାଲି ନିଜର ନାମାଙ୍କନ ପତ୍ର ଦାଖଲ କରିବେ ଓ ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ଦେଉନଥିବାରୁ ସେ ନିଦ୍ୱନ୍ଦ୍ୱରେ ବାଚସ୍ପତି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି । ଆଉ ତାଙ୍କର ବିଜୟ ସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ । ଗତ ଜୁନ୍ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେବା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି ।

ସୂଚନା ଅନୁସାରେ, ଆସନ୍ତାକାଲି ପୂର୍ବାହ୍ନରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ସହ ବାଚସ୍ପତି ନିର୍ବାଚନ ସମ୍ପନ୍ନ ହେବ । ବିଜେଡି ପ୍ରାର୍ଥୀ ଭାବେ ଶ୍ରୀମତୀ ମଲ୍ଳିକ ନିଜର ନାମାଙ୍କନ ପତ୍ର ଦାଖଲ କରିବେ । ଆଜି ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି । ୨୦୦୦ ମସିହାରୁ କ୍ରମାଗତ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଥିବା ଶ୍ରୀମତୀ ମଲ୍ଲିକ ମନ୍ତ୍ରୀପଦରୁ ଇସ୍ତଫା ଦେଇ ବାଚସ୍ପତି ଭାବେ ନାମାଙ୍କନ ପତ୍ର ଦାଖଲ କରିବେ । ଆସନ୍ତାକାଲି ହିଁ ନିର୍ବାଚନ ପ୍ରକ୍ରିୟା ଶେଷ ସହ ସେ ବାଚସ୍ପତି ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି ।

ସେୟାର କରନ୍ତୁ

Next Post

ସପ୍ତାହକୁ ୬ ଦିନ ଗଡ଼ିବ ପୁରୀରୁ ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

Thu Sep 21 , 2023
ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରୁ ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ […]

You May Like

Pin It on Pinterest