ସପ୍ତାହକୁ ୬ ଦିନ ଗଡ଼ିବ ପୁରୀରୁ ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରୁ ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି।

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ ରାଉରକେଲା ଷ୍ଟେସନରେ ପହଞ୍ଚିବ।

ସେହିପରି ଫେରିବା ମାର୍ଗରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ୍ ଅପରାହ୍ନ ୨ଟା ୧୦ରେ ରାଉଲକେଲା ଛାଡ଼ିବ ଓ ରାତି ୯ଟା ୪୦ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଳପୁର ସିଟି ଓ ଝାରସୁଗୁଡା ଷ୍ଟେସନରେ ରହଣି କରିବ।

ସେୟାର କରନ୍ତୁ

Next Post

ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମଙ୍କୁ ମିଳିଲା ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ

Thu Sep 21 , 2023
ବାସ୍ତବ ବ୍ୟୁରୋ : ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଏବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ରହିଛନ୍ତି ସୁଦାମ ମାର୍ଣ୍ଡି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହି ଅତିରିକ୍ତ ଦାୟିତ୍ୱ ସୁଦାମ ମାର୍ଣ୍ଡିଙ୍କୁ ମିଳିଛି । ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ […]

You May Like

Pin It on Pinterest