ରାଜ୍ୟରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌:ପୁରୀରୁ ରାଉରକେଲା ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବାସ୍ତବ ବ୍ୟୁରୋ: ଆଜି ରାଜ୍ୟରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିସି ଯୋଗେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ। ଏହି ୯ଟି ବନ୍ଦେ ଭାରତ ଏକ୍ସପ୍ରେସ ୧୧ଟି ରାଜ୍ୟ ଦେଇ ଯା’ଆସ କରିବ।

ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ବନ୍ଦେ ଭାରତ ପ୍ରତି ଲୋକଙ୍କ କ୍ରେଜ୍ ବଢୁଛି। ଏଯାବତ୍ ବନ୍ଦେ ଭାରତ ଏକ୍ସପ୍ରେସରେ ୧ କୋଟି ୧୧ ଲକ୍ଷରୁ ଅଧିକ ଯାତ୍ରୀ ଯାତ୍ରା କଲେଣି। ବନ୍ଦେ ଭାରତ ଟ୍ରେନ୍ ନୂଆ ଉତ୍ସାହର ପ୍ରତୀକ। ବନ୍ଦେ ଭାରତ ଟ୍ରେନ୍ ଖୁବଶୀଘ୍ର ଦେଶର ସବୁ ପ୍ରାନ୍ତକୁ ଯୋଡ଼ିବ।

ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଶନିବାରକୁ ଛାଡ଼ିଦେଲେ ସପ୍ତାହରେ ବାକି ୬ ଦିନ ଚାଲିବ। ଏହା ପ୍ରତ୍ୟହ ପୁରୀରୁ ସକାଳ ୫ଟାରେ ଛାଡ଼ି ରାଉରକେଲାରେ ୧୨ଟା ୪୫ରେ ପହଞ୍ଚିବ। ପରେ ରାଉରକେଲାରୁ ୨ଟା ୧୦ରୁ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ। ଏହି ସେମି ହାଇସ୍ପିଡ୍ ଅତ୍ୟାଧୁନିକ ଟ୍ରେନ୍ ଚାଲିବା ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଟ୍ରାଏଲ୍ ରନ୍ ଶେଷ କରାଯାଇଛି।

ସେୟାର କରନ୍ତୁ

Next Post

ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲାର ଶୁଭାରମ୍ଭ....

Sun Sep 24 , 2023
ସଂଜୟଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଆତ୍ମନିର୍ଭର ଭାରତ, ପ୍ରଗତିଶୀଳ ଭାରତର ପ୍ରତୀକ,ସମ୍ପୂର୍ଣ୍ଣ ସ୍ବଦେଶୀ କାରିଗରୀ ରେ ନିର୍ମିତ ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ଭାରତରେ ଅନ୍ୟାନ୍ୟ ଆଠଟି ଟ୍ରେନ ସହ ଆଜି ସେପ୍ଟେମ୍ବର ୨୪ ରେ ଶୁଭାରମ୍ଭ କରାଗଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଆଜି ମଧ୍ୟାହ୍ନରେ ସବୁଜ ପତାକା ଦେଖାଇ ନଅଟି ଯାକ […]

You May Like

Pin It on Pinterest