ପୁଣି ବଡ ଘୋଷଣାକଲେ ମୁଖ୍ୟମନ୍ତ୍ରୀ, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଆଦିତ୍ଯବେହେରା(ଭୁବନେଶ୍ବର): ଯେତିକି ଯେତିକି ପାଖେଇ ଆସୁଛି ନିର୍ବାଚନ,ସେତିକି ବଢୁଛି ଯୋଜନା ଓ ଘୋଷଣା ପର୍ବ ।ଏହି ପର୍ଯ୍ୟାୟରେ କଳାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି।

ଏହି ନୂଆ ଘୋଷଣା ଅନୁଯାୟୀ, ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକୃତହେବେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ। ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ। ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି। ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ।

ସେୟାର କରନ୍ତୁ

Next Post

ହାତ ଛାଡି ଶଙ୍ଖ ଧରିଲେ ଅଂଶୁମାନ ମହାନ୍ତି...

Fri Feb 16 , 2024
ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ବିଜେଡିରେ ଯୋଗଦେଇଛନ୍ତି। ଅଂଶୁମାନଙ୍କ ସହିତ ଶତାଧିକ କର୍ମୀ କଂଗ୍ରେସ ଛାଡ଼ିଛନ୍ତି। ବ୍ଲକ କଂଗ୍ରେସ ସଭାପତି ଓ ବିଭିନ୍ନ ପଂଚାୟତ ସଭାପତି, ବ୍ଲକ ଛାତ୍ର କଂଗ୍ରେସ, ଯୁବ କଂଗ୍ରେସ ଓ ମହିଳା କଂଗ୍ରେସ ସଭାପତି ଆଜି ଇସ୍ତଫା ଦେଇଛନ୍ତି। ଗତକାଲି ଅଂଶୁମାନ ମହାନ୍ତି ପିିସିସି […]

You May Like

Pin It on Pinterest