ଧନେଶ୍ୱର ମାଝୀ ହେବେକି ନର୍ଲା ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ?….

ଆଦିତ୍ଯ ବେହେରା(ଭୁବନେଶ୍ୱର):  ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୫ଥର ନିର୍ବାଚିତ ବିଧାୟକ ତଥା,ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ଧନେଶ୍ୱର ମାଝୀ ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।

ଶୁକ୍ରବାର ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

ସେୟାର କରନ୍ତୁ

Next Post

ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Sat Mar 30 , 2024
ବାସ୍ତବ ବ୍ୟୁରୋ: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ଘୋଷଣା କଲେ ସରକାର। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ […]

You May Like

Pin It on Pinterest