କେରଳର ୱାୟନାଡ ଆସନରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ ….

ନୂଆଦିଲ୍ଲୀ: ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ରାହୁଲ ଏକ ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି।ନାମାଙ୍କନ ଦାଖଲ ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ।

ହଜାର ହଜାର ସମର୍ଥକ ରାହୁଲଙ୍କ ସହ ଏହି ପ୍ରାର୍ଥୀପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ । ଗତ ୨୦୧୯ ନିର୍ବାଚନରେ ଏଠାରେ ୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ଜିତିଥିଲେ। ଏହି ନିର୍ବାଚନରେ ରାହୁଲଙ୍କ ବିପକ୍ଷରେ ଅଛନ୍ତି ସିପିଆଇ ସାଧାରଣ ସମ୍ପାଦକ ଡି ରାଜାଙ୍କ ପତ୍ନୀ ଆନି ରାଜା । ଦଳ ତାଙ୍କୁ ୱାୟନାଡରୁ ପ୍ରାର୍ଥୀ କରିଛି । ରାହୁଲଙ୍କ ବିପକ୍ଷରେ ବିଜେପି ରାଜ୍ୟ ସଭାପତି କେ ସୁରେନ୍ଦ୍ରନ ନିର୍ବାଚନ ମଇଦାନକୁ ଓହ୍ଲାଇବେ ।

ସେୟାର କରନ୍ତୁ

Next Post

ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଛିଡିନୁ ବିଜେଡି ଅଙ୍କ ବଢୁଛି ଉତ୍କଣ୍ଠା....

Thu Apr 4 , 2024
ସେୟାର କରନ୍ତୁ

You May Like

Pin It on Pinterest