ବାସ୍ତବ ବ୍ୟୁରୋ : ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ । ଚଳିତ ଥର ମାଟ୍ରିକ୍ ପରୀକ୍ଷାରେ ପାସ ହାର ରହିଛି ୯୬.୦୭ ପ୍ରତିଶତ । ଚଳିତ ଥର ପୁଅଙ୍କଠାରୁ ଆଗରେ ରହିଛନ୍ତି ଝିଅ । ଏଥର ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ ଜଣ ପାସ୍ କରିଛନ୍ତି। ୨୫୩ ଜଣ ଏମ୍ପି ହୋଇଥିବା ବେଳେ ବାକିମାନେ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ଛାତ୍ରୀଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୩୯% ରହିଛି।
ଗତ ବର୍ଷ ମଧ୍ୟ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧି ରହିଥିଲା। ଗତ ବର୍ଷ ଛାତ୍ରୀଙ୍କ ପାସ୍ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫% ରହିଥିଲା। ୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଥିଲେ।