୩ଘଣ୍ଟାର କ୍ୟାବିନେଟ୍ ବୈଠକ ରେ ୫ଟି ପ୍ରସ୍ତାବ ଉପରେ ଲାଗିଲା ମୋହର….

ଭୁବନେଶ୍ୱର(ଗୌତମ ମିଶ୍ର) ୧୦।୭: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପ୍ରାୟ ୩ ଘଣ୍ଟା ଧରି ଚାଲିଥିବାବେଳେ, ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହରବାଜିଛି ।

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ ବଢ଼ିଛି। ଅଣକୁଶଳୀଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିବା ସହ କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ରୁ ୬୦୦କୁ ବୃଦ୍ଧି କରବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ବତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର । ରାଜ୍ୟରେ ଓ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି ।

କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ । ୫ ବର୍ଷ ଭିତରେ ୧୦୪୪ କୋଟି ଅର୍ଥ ବିନିଯୋଗ କରାଯିବ ।

ସେୟାର କରନ୍ତୁ

Next Post

୩୦୦ ୟୁନିଟ ମାଗଣା ବିଜୁଳି ର ଖୁଲାସ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ....

Thu Jul 11 , 2024
ବଲାଙ୍ଗୀର ୧୧/୦୭(ଶଙ୍କର୍ଷଣ ମିଶ୍ର): କେବେ ରାଜ୍ୟବାସୀ ପାଇବେ ୩୦୦ ୟୁନିଟ ମାଗଣା ବିଜୁଳି ? କେବେଠୁ କାର୍ଯ୍ୟକାରି ହେବ ଏହି ନୂଆ ଯୋଜନା ?ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବ କେବେ ? ଏମିତି ଅନେକ ଦ୍ବନ୍ଦ ଲାଗି ରହିଥିବା ବେଳେ । ବିଜେଡି ମଧ୍ୟ ଏନେଇ ପ୍ରଶ୍ନ କରିଛି । ବେଳେ ବଡ କଥା ଖୁଲାସା କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ପ୍ରଧାନମନ୍ତ୍ରୀ ସୂର୍ୟ୍ୟୋଦୟ ଯୋଜନାରେ ୩୦୦ […]

You May Like

Pin It on Pinterest