ବଦଳିଲା +୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା;ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା । 

ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କିନ୍ତୁ ଏଥର ବଦଳିବାକୁ ଯାଉଛି +୨ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ।

ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ଏଣିକି ପାସ୍‌ ମାର୍କ ୩୦ ନୁହେଁ ୨୪ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳି ଯାଇଛି।

୨୦୨୩ରେ ଯେଉଁ ଛାତ୍ରଛାତ୍ରୀ ନାମ ଲେଖିଛନ୍ତି ଓ ୨୦୨୫ରେ ପରୀକ୍ଷା ଦେବେ ସେମାନଙ୍କ ପାଇଁ ଏହି ନିୟମ ଲାଗୁ ହେବ। ୮୦ ମାର୍କର ପରୀକ୍ଷା ହେଲେ ମଧ୍ୟ ଛାତ୍ରଛାତ୍ରୀଙ୍କୁ ପୂର୍ବଭଳି ୩ଘଣ୍ଟାର ସମୟ ଦିଆଯିବ ବୋଲି ବୋର୍ଡ ନିଷ୍ପତି ନେଇଛି।

ନୂଆ ଢାଞ୍ଚା ଅନୁଯାୟୀ, ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ପିଲାଙ୍କୁ ୮୦ ପ୍ଲସ୍ ୨୦ ଅନୁପାତରେ ଥିଓରୀ- ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ। ନନ୍ ପ୍ରାକ୍ଟିକାଲ ବିଷୟରେ ୮୦ ଥିଓରୀ, ୨୦ ଇଣ୍ଟରନାଲ୍ ପରୀକ୍ଷା ରହିବ। ସେହିପରି ନନ୍ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ୍ ମାର୍କ ୮୦, ପାସ୍ ମାର୍କ ୨୪ ରହିବ।

୮୦ ମାର୍କରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ୍‌ କରିବେ । ନହେଲେ ଫେଲ୍ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସିବିଏସଇ ଢାଞ୍ଚାକୁ ଆପଣାଯିବା ସହ ବାଧ୍ୟତାମୂଳକ ଭାବେ ଇଂରାଜୀ ଓ ମାତୃଭାଷାରେ ଆସୁଥିବା ରଚନା ଲେଖନୀକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇଛି।

ସେହିପରି କୌଣସି ବିଷୟର ପ୍ରଶ୍ନପତ୍ରରେ ଆଉ ୧୦ ମାର୍କର ପ୍ରଶ୍ନ ରହିବନି। କଳା ବିଭାଗ ବିଷୟ ଗୁଡ଼ିକରେ ସର୍ବାଧିକ ୮ ମାର୍କ ଏବଂ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ୫ମାର୍କ ପର୍ଯ୍ୟନ୍ତ ପ୍ରଶ୍ନ ଆସିବ।

ସେୟାର କରନ୍ତୁ

Next Post

ତିନି ଦିନ ପ୍ରବଳ ବର୍ଷା!

Thu Aug 22 , 2024
ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାଣ୍ଡିଂ ଜାରି ହୋଇଛି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉତ୍ତର ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପା ତା ସହ ଝାଡ଼ଖଣ୍ଡ ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ […]

You May Like

Pin It on Pinterest