- ନବୀନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରାପଡା ଜିଲ୍ଲାପରିଷଦର ନବନିର୍ବାଚିତ ଅଧ୍ୟକ୍ଷା ଲିଲିତା ଦାସ ଓ ଜିଲ୍ଲାପରିଷଦ ସଦସ୍ୟ
- ମୁଁ ଆପଣ ମାନଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ – ନବୀନ ପଟ୍ଟନାୟକ
ଭୁବନେଶ୍ବର(ନି.ପ୍ର)୨୨/୮:କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତାଦଳ।ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଅଧ୍ୟକ୍ଷା ଲିଲିତା ଦାସ,ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା ବିରୋଧିଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି।ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ସୁଚନାଯୋଗ୍ୟ ଆଜି ଅନୁଷ୍ଠିତ ନିର୍ବାଚନରେ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ।ଜିଲ୍ଲାପରିଷଦର ୩୧ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର।
ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି।ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ। ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି ।
ଏହି ସାକ୍ଷାତ ସମୟରେ ବିଧାୟକ ପ୍ରତାପ ଦେବ,ବିଧାୟକ ଧ୍ରୁବ ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର,ବିଧାୟକ ଶ୍ରୀ ଗଣେଶ୍ୱର ବେହେରା,ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଓ ସାଂସଦ ପ୍ରାଥି ଶ୍ରୀ ଅଂଶୁମାନ ମହାନ୍ତିଙ୍କ ସମେତ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଜନତା ଦଳର ବହୁ କର୍ମୀ ଉପସ୍ଥିତ ଥିଲେ ।
Fri Aug 23 , 2024
ବାସ୍ତବ ବ୍ୟୁରୋ: ଆଜି ମଧ୍ୟ ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି ନେଇ ବାଚସ୍ପତି ସୁରମା ପାଢୀଙ୍କ ଆଗରେ ବିଜେଡି ବିଧାୟକ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଛନ୍ତି। ସୂଚନାନୁଯାୟୀ, ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିଜେଡି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କରିଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିଜେଡିର ୨ ବିଧାୟକ ମାଧବ ଧଡ଼ା ଓ ରୋମାଞ୍ଚ ବିଶ୍ୱାଳ ପୋଡିୟମ୍ […]