ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗର ଆକଳନ କହୁଛି, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୬ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଅସନ୍ତା ୪ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଆଗକୁ ଯଦି ଲଘୁଚାପ ସୃଷ୍ଟି ହେଉଛି ଏହାର ଗତି ଓ ପ୍ରଭାବ କେଉଁ ଅଞ୍ଚଳରେ ରହିବ ତାହା ସ୍ପଟ୍ ହେବ । ତେବେ ଏହି ଲଘୁଚାପ ଅକ୍ଟୋବର ମାସରେ ସୃଷ୍ଟି ହେବାକୁ ଯାଉଥିବାରୁ ଅଧିକ ଘନିଘୂତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହେଉଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସେଭଳି ବର୍ଷା ହେବାର ନାହିଁ । ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ନେଇ ପାଣିପାଗ ବିଭାଗ ପକ୍ଷରୁ ଆଉ କିଛି ଅଧିକ ସୂଚନା ଦିଆଯାଇନାହିଁ। ତେବେ ସେହି ସମୟରେ ଦୁର୍ଗାପୂଜା ପଡୁଥିବାରୁ ପାର୍ବଣକୁ ବର୍ଷା ଫିକା କରିପାରେ ବୋଲି କୁହାଯାଉଛି। ଅକ୍ଟୋବର ୯ ତାରିଖରେ ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା ରହିଛି।