ଫେବୃଆରୀ ୨୧ରୁ ମାଟ୍ରିକ୍‌ ପରୀକ୍ଷା

ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୨୧ ତାରିଖ ଠାରୁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ) ଦ୍ବାରା ପରିଚାଳିତ ମାଟ୍ରିକ୍‌ପରୀକ୍ଷା-୨୦୨୫ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ଏହି ସୂଚନା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଦିଆଯାଇଛି।

ସୂଚନାନୁଯାୟୀ, ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରଥମ ଦିନରେ ମାତୃଭାଷା ଓଡ଼ିଆ ହେବ। ୨୪ ତାରିଖରେ ଇଂରାଜୀ, ୨୭ ତାରିଖରେ ଗଣିତ, ମାର୍ଚ୍ଚ’ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ। ପରୀକ୍ଷାର ସମୟ ସକାଳ ୯ରୁ ପୂର୍ବାହ୍ଣ ୧୧ଟା ୩୦ ଯାଏଁ ରହିଛି। ପରୀକ୍ଷାର୍ଥୀଙ୍କୁ ଗଣିତ ପାଇଁ ଅତିରିକ୍ତ ୧୫ ମିନିଟ ସମୟ ମିଳିବ। ଅର୍ଥାତ ଗଣିତ ପରୀକ୍ଷା ପୂର୍ବାହ୍‌ଣ ୯ଟାରୁ ଆରମ୍ଭ ହୋଇ ୧୧ଟା ୪୫ମିନିଟରେ ସରିବ।  

ମାଟ୍ରିକ୍‌ ପରୀକ୍ଷା-୨୦୨୫ ପାଇଁ ଏବେ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଫର୍ମଫିଲପ୍‌ ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟା ଆଗାମୀ ୧୮ ତାରିଖ ଯାଏଁ ଜାରି ରହିବ। ଏହି ପ୍ରକ୍ରିୟା ଶେଷ ହେଲା ପରେ ଚଳିତ ମାଟ୍ରିକ୍‌ ପରୀକ୍ଷାରେ ସମୁଦାୟ କେତେଜଣ ଛାତ୍ରଛାତ୍ରୀ ସାମିଲ ହେବେ, ସେନେଇ ବିସ୍ତୃତ ବିବରଣୀ ଜଣାପଡ଼ିବ। 

ସେୟାର କରନ୍ତୁ

Next Post

ଶିଶୁ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Thu Nov 14 , 2024
ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ । ସମାଜର ବିକାଶ ପାଇଁ ଶିଶୁମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ଅପରିହାର୍ଯ୍ୟ। ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଏବଂ ଅସୁମାରୀ ସୁଯୋଗ ସୃଷ୍ଟି କରିବା ଦିଗରେ ସମସ୍ତେ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ […]

You May Like

Pin It on Pinterest