ଝାଡଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ

ବାସ୍ତବ ବ୍ୟୁରୋ: ଆଜି ହେମନ୍ତ ସୋରେନ ଝାଡଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ରାଞ୍ଚିର ମୋରହାବାଦୀ ଗ୍ରାଉଣ୍ଡରେ ଆୟୋଜିତ ଏକ ବିଶାଳ କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଚତୁର୍ଥ ଇନିଂସ୍ ଆରମ୍ଭ କରିଛନ୍ତି। ରାଜ୍ୟପାଳ ସାନ୍ତୋଷ ଗଂଗୱାର ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ସୂଚନାନୁଯାୟୀ, କୌଣସି ମନ୍ତ୍ରୀ ଆଜି ହେମନ୍ତଙ୍କ ସହିତ ଶପଥ ନେଇ ନାହାନ୍ତି। ହେମନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ତାଙ୍କ ପିତା ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ମୁଖ୍ୟ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍ ମଧ୍ୟ ଉପସ୍ଥିତ ଥିଲେ। ହେମନ୍ତ ସରକାର ଗଠନ ଅବସରରେ ଇଣ୍ଡିଆ ମେଣ୍ଟର ନେତାମାନେ ପହଞ୍ଚି ଶକ୍ତି ପ୍ରଦର୍ଶନ କରିଥିଲେ। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ବିଧାନସଭାରେ ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବ, ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପ୍ରମୁଖ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିଥିଲେ।

ସେୟାର କରନ୍ତୁ

Next Post

କାଲି ଓଡ଼ିଶା ଆସୁଛନ୍ତି ମୋଦି; ପ୍ରକାଶ ପାଇଛି ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ 

Thu Nov 28 , 2024
ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ । ଏହି ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସାଥିରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ତେଣୁ ଡିଜିପି ଓ ଆଇଜି ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । […]

You May Like

Pin It on Pinterest